ଆସୁଛି ଟିକା - Pranam news

ପ୍ରଣାମ ନିୟୁଜ୍ କୁ ଆପଣଙ୍କୁ ସ୍ବାଗତ କରୁଛୁ, କେନ୍ଦ୍ର ସରକାରଙ୍କ ଠାରୁ ପରଚେଜ୍ ଅର୍ଡର ପାଇବା ପରେ ସିରମ୍ ଇନଷ୍ଟିଚୁଟ୍ ଆରମ୍ଭ ହୋଇଛି କୋଭିଡ୍ ଟିକା ପରିବହନ । ପୁଣେରେ ଥିବା ସିରମ୍ ଇନଷ୍ଟିଚୁଟ୍ର ମଂଜରୀ ଫ୍ୟାକ୍ଟ୍ରିରୁ ଏହି ଟିକାକୁ ପ୍ରଥମେ ବିମାନ ବନ୍ଦରକୁ ଅଣାଯାଇ, ଆକାଶମାର୍ଗରେ ପଠାଯିବ । ସୂଚନା ଅନୁସାରେ କିଛି କରୋନା ଟିକାକୁ ସଡକ ପଥରେ ପଠାଯିବ, କିଛି ଟିକାକୁ ଆକାଶପଥରେ ପଠାଯିବ । ସଡକ ପଥରେ ଟିକା ପରିବହନ ପାଇଁ ସ୍ୱତନ୍ତ୍ର କୋଲ୍ଡ ଚେନ୍ ବ୍ୟବସ୍ଥା ଥିବା ଟ୍ରକ ନିୟୋଜିତ କରାଯାଇଛି । କଡ଼ା ସୁରକ୍ଷା ମଧ୍ୟରେ ଟିକା ପରିବହନ କରାଯାଉଛି ।

ସୋମବାର ସଂଧ୍ୟାରେ ଏହି ଟ୍ରକ ପୁନେର ମଂଜରୀ ଫ୍ୟାକ୍ଟ୍ରିରେ ପହଁଚିଥିଲା । ଅକ୍ସଫୋର୍ଡ ଆଷ୍ଟ୍ରାଜେନିକା ତିଆରି କରିଥିବା କୋଭିସିଲଡ୍ ଟିକା ଏଠାରୁ ଟ୍ରକ୍ ଯୋଗେ ପୁଣେ ବିମାନ ବନ୍ଦର ଅଭିମୁଖେ ବାହାରିଛି । ଏଠାରୁ ଏୟାର ଲିଫ୍ଟ କରି ଦେଶର ବିଭିନ୍ନ ଭାଗକୁ ଟିକା ପଠାଯିବ । ଜାନୁଆରୀ ୧୬ ତାରିଖରୁ ସାରା ଦେଶରେ କରୋନା ଟିକାକରଣ ଆରମ୍ଭ ହେବାକୁ ଥିବାରୁ ଏହା ଆଗରୁ ସୁରକ୍ଷିତ ଭାବେ କରୋନା ଟିକା ପହଁଚାଇବା କାମ ସାରିବାକୁ ଯୋଜନା ରଖିଛି ସିରମ ଇନଷ୍ଟିଚୁଟ୍ ।

ସତ୍ୟବ୍ରତ ପାଣିଗ୍ରାହୀ

Comments

Popular posts from this blog

ସମୟର ଚକ୍ରବ୍ୟୁହ

Water level in Rishiganga lake has reduced by half a feet, scientists still refuse any kind of danger

୦୯:o୪:୨୦୨୧: - ସାରା ବିଶ୍ଵର କରୋନା ସ୍ଥିତି ସହ ଭାରତ ଓ ଓଡ଼ିଶାର କରୋନା ସଂକ୍ରମଣର ଅପ୍-ଡେଟ୍....

ଓଡ଼ିଆ ଗୀତ - ଥୁଣ୍ଟା ବରଗଛ

ସମ୍ପୂର୍ଣ୍ଣ ରାଜ୍ୟକୁ ୨୪ ଘଣ୍ଟାରେ ଛୁଇଁବ ମୌସୁମୀ - ଆଜି ଠାରୁ ଲାଗି ରହିବ ଏହି ସବୁ ଜିଲ୍ଲାରେ ବର୍ଷା

କିମ୍ବଦନ୍ତୀ ଧାବକ ମିଲଖା ସିଂଙ୍କ ଦେହାନ୍ତ : - ପଢ଼ନ୍ତୁ ତାଙ୍କର ସଫଳ କ୍ୟାରିୟର ବିଷୟରେ

ରାଜ୍ୟରେ ମଧ୍ୟ ଯୁକ୍ତ ଦୁଇ ପରିକ୍ଷା ବାତିଲ୍ - ଘୋଷଣା କଲେ ରାଜ୍ୟ ସରକାର

Actor Rajiv Kapoor passes away at 58

ଆସିଲା ନୂଆ କୋଭିଡ ଗାଇଡଲାଇନ