ବଢୁଛି କରୋନା, ୨୪ଘଣ୍ଟାରେ ୧୩ଶହ ୭୪ ନୂଆ ସଂକ୍ରମଣ ଏବଂ ଓଡ଼ିଶା ଆସୁଛି ୨ ଲକ୍ଷ ୫୦ ହଜାର କୋଭିସିଲ୍ଡ ଟିକା

ରାଜ୍ୟରେ କରୋନା ମିଟର ଉପର ମୁହାଁ । ୨୪ଘଂଟା ଭିତରେ ୧୩ଶହ ୭୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛି । ଏମାନଙ୍କ ମଧ୍ୟରୁ ୮ଶହ ୧୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫୬୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୩ଶହ ୫୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମିଳିଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫୫ ଓ ଖୋର୍ଦ୍ଧା ଜିଲ୍ଲାରୁ ୧୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ବରଗଡ଼ରୁ ୫୯, ଅନୁଗୁଳରୁ ୩୩, ବାଲେଶ୍ବରରୁ ୧୭, ଭଦ୍ରକରୁ ୩୦, ବଲାଙ୍ଗୀରରୁ ୧୨, ବୌଦ୍ଧରୁ ୨, କଟକରୁ ୫୧, ଦେବଗଡ଼ରୁ ୮, ଢେଙ୍କାନାଳରୁ ୫, ଗଜପତିରେ ୮ ଜଣ, ଗଞ୍ଜାମରେ ୨୦ଜଣ, ଯାଜପୁରରେ ୨୫ଜଣ, ଜଗତସିଂହପୁରରେ ୯ଜଣ, ଝାରସୁଗୁଡ଼ାରେ ୫୨ ଜଣ, କଳାହାଣ୍ଡିରୁ ୪୫ଜଣ, କନ୍ଧମାଳରେ ୩, କେନ୍ଦ୍ରାପଡ଼ାରେ ୪ଜଣ, କେଉଁଝରରେ ୨୪ଜଣ, କୋରାପୁଟରେ ୮ ଜଣ, ମୟୁରଭଞ୍ଜରେ ୨୬ ଜଣ, ନବରଙ୍ଗପୁରରେ ୨୦ଜଣ, ନୟାଗଡ଼ରେ ୧୩, ନୂଆପଡ଼ାରେ ୧୩୫ ଜଣ, ପୁରୀରେ ୪୪ ଜଣ, ରାୟଗଡ଼ାରୁ ୪୭, ସମ୍ବଲପୁରରେ ୭୭ଜଣ, ସୋନପୁରରେ ୪ ଜଣ ଓ ଷ୍ଟେଟ ପୁଲରେ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୩, ୪୮,୧୮୨। ଏମାନଙ୍କ ଭିତରୁ ୩, ୩୯,୨୦୦ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୦୩ଜଣ ସକ୍ରିୟ ଅଛନ୍ତି।

ଓଡ଼ିଶାକୁ ଆସୁଛି ଟିକା - ଓଡିଶାକୁ ଆସୁଛି ୨ ଲକ୍ଷ ୫୦ ହଜାର କୋଭିସିଲ୍ଡ ଟିକା । କିଛି ସମୟ ମଧ୍ୟରେ ଭୁବନେଶ୍ବରରେ ପହଞ୍ଚିବ ବୋଲି ସୂଚନା ମିଳିଛି । ସବୁ ଜିଲ୍ଲାକୁ ଟିକା ବଣ୍ଟନ କରାଯିବ । ଟିକା ନେବା ପାଇଁ ଜିଲ୍ଲାରୁ ଟିକା ଗାଡି ଆସିସାରିଛି । ରବିବାର ଟିକା ଉତ୍ସବ ପାଳନ ହେବ । ସବୁ ଟିକା କେନ୍ଦ୍ରରେ ଟିକା ଦିଆଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ମୋଟ୍ ୩୪୮୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୯୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୩୩୮୭୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।




ଦୟାକରି ଏହି ଖବରକୁ ସେୟାର କରନ୍ତୁ ଏବଂ ଆମର ଫେସବୁକ୍ ପେଜ୍ "ପ୍ରଣାମ ନ୍ୟୁଜ୍" କୁ ଲାଇକ୍ କରନ୍ତୁ |

 ବର୍ତ୍ତମାନ କୁ ଆପରେ ପ୍ରଣାମ ନ୍ୟୁଜ୍ ମଧ୍ୟ ଉପଲବ୍ଧ .... ଦୟାକରି ଅନୁସରଣ କରନ୍ତୁ ଏବଂ ଆପଣଙ୍କର ମତାମତ ଦିଅନ୍ତୁ ...



ଭ୍ୟାକ୍ସିନ୍ ଆସିଛି ସତ କିନ୍ତୁ କରୋନା ଯାଇନି, ସେଥି ପାଇଁ ଟିକେ ସଚେତନତା ଆବଶ୍ୟକ । ସରକାର ପ୍ରଦତ୍ତ ସମସ୍ତ ନିୟମ ପାଳନ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ ।  ଆମେ ଡରିବା ନି, ଆମେ ଲଢିବା... ସତ୍ୟବ୍ରତ ପାଣିଗ୍ରାହୀ

(Please used mask)

Comments

Popular posts from this blog

ହୃଦୟର ମଣିଷଟିଏ

Sanitizer instead of Polio drops

Global warming - The rising temperature of the earth will cause problems like living and food crisis.

୦୯:o୪:୨୦୨୧: - ସାରା ବିଶ୍ଵର କରୋନା ସ୍ଥିତି ସହ ଭାରତ ଓ ଓଡ଼ିଶାର କରୋନା ସଂକ୍ରମଣର ଅପ୍-ଡେଟ୍....

Pharmacists take care of prisoners' health in jail! The training will begin in 30 prisons

Air pollution and the solution....

United Nations Human Rights Commission speaks on India's agriculture law

Humans are ashamed - In Surat, the dog was tied and dragged into the bike

Govt comes up with stricter norms for social media, OTT platforms...