ଚିନ୍ତା ବଢାଉଛି କରୋନା : ଦେଶରେ ୧ ଲକ୍ଷ ୬୮ହଜାରରୁ ଅଧିକ ନୂଆ କେସ; ୬ ମାସ ପରେ ଦିନକରେ ୯୦୪ ମୃତ

 ଦେଶରେ କରୋନା ମିଟର ଉପରମୁହାଁ । ଦିନକୁ ଦିନ ନୂଆ ରେକର୍ଡ ସୃଷ୍ଟି କରୁଛି କରୋନା ସଂକ୍ରମଣ । ଦେଶରେ ଗତ ୨୪ ଘଂଟାରେ ୧ ଲକ୍ଷ ୬୮ ହଜାର ୯୧୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ୯୦୪ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭ ରହିଛି । ମୃତ୍ୟୁ ସଂଖ୍ୟା ୧ଲକ୍ଷ ୭୦ ହଜାର ୧୭୯ରେ ପହଂଚିଛି । ଏବେ ଦେଶରେ ସକ୍ରିୟ ମାମଲା ରହିଛି ୧୨ ଲକ୍ଷ ୧ ହଜାର ୯ଜଣ । ୧କୋଟି ୨୧ ଲକ୍ଷ ୫୬ ହଜାର ୫୨୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସେପଟେ ସଂକ୍ରମିତଙ୍କ ସଂଖ୍ୟାରେ ଚିନ୍ତା ବଢ଼ାଉଛି ମହାରାଷ୍ଟ୍ର ।
ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟାରେ ରାଜ୍ୟରେ ୧୭ଶହ ୪୧ ଆକ୍ରାନ୍ତ ଚିହ୍ନଟ ହେଶଇଛନ୍ତି । ସଂଗରୋଧରୁ ହଜାରେ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୭୨୬ । ଦୈନିକ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୨ । ସୁନ୍ଦରଗଡ଼ରୁ ସର୍ବାଧିକ ୨୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨୦୪ ଜଣ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୫୮, ସମ୍ବଲପୁରରୁ ୧୨୧, କଳାହାଣ୍ଡିରୁ ୧୧୪, ନବରଙ୍ଗପୁରରୁ ୮୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସକ୍ରିୟ ମାମଲା ରହିଛି ୯ ହଜାର ୨୫୯ । ସେପଟେ ଗତ ୨୪ ଘଂଟାରେ ରାଜ୍ୟରେ କରୋନାରେ ୨ଜଣଙ୍କ ମୃତ୍ୟୁ ହୋଇଛି ।
ମିଳିଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟାରେ ବରଗଡ଼ରୁ ୯୭, ଅନୁଗୁଳରୁ ୪୩, ଭଦ୍ରକରୁ ୧୧, ବଲାଙ୍ଗୀରରୁ ୯୩, ବୌଦ୍ଧରୁ ୫, କଟକରୁ ୫୮, ଦେବଗଡ଼ରୁ ୯, ଢେଙ୍କାନାଳରୁ ୨, ଗଜପତି ଜିଲ୍ଲାରୁ ୧୪ ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ ଜଣ, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୨ଜଣ, କେନ୍ଦୁଝରରୁ ୫୩ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୩, ମୟୁରଭଞ୍ଜରୁ ୩୯ ଜଣ, ନୟାଗଡ଼ ଜିଲ୍ଲାରୁ ୭, ନୂଆପଡ଼ା ଜିଲ୍ଲାରୁ ୯୬ଜଣ, ପୁରୀ ଜିଲ୍ଲାରୁ ୫୪ ଜଣ, ରାୟଗଡ଼ା ଜିଲ୍ଲାରୁ ୩୫, ସମ୍ବଲପୁର ଜିଲ୍ଲାରୁ ୧୨୧ଜଣ, ସୋନପୁର ଜିଲ୍ଲାରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।







ଦୟାକରି ଏହି ଖବରକୁ ସେୟାର କରନ୍ତୁ ଏବଂ ଆମର ଫେସବୁକ୍ ପେଜ୍ "ପ୍ରଣାମ ନ୍ୟୁଜ୍" କୁ ଲାଇକ୍ କରନ୍ତୁ |

 ବର୍ତ୍ତମାନ କୁ ଆପରେ ପ୍ରଣାମ ନ୍ୟୁଜ୍ ମଧ୍ୟ ଉପଲବ୍ଧ .... ଦୟାକରି ଅନୁସରଣ କରନ୍ତୁ ଏବଂ ଆପଣଙ୍କର ମତାମତ ଦିଅନ୍ତୁ ...



ଭ୍ୟାକ୍ସିନ୍ ଆସିଛି ସତ କିନ୍ତୁ କରୋନା ଯାଇନି, ସେଥି ପାଇଁ ଟିକେ ସଚେତନତା ଆବଶ୍ୟକ । ସରକାର ପ୍ରଦତ୍ତ ସମସ୍ତ ନିୟମ ପାଳନ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ ।  ଆମେ ଡରିବା ନି, ଆମେ ଲଢିବା... ( ପ୍ରଣାମ ଗ୍ରୁପ୍ )

(Please wear mask)

Comments