Corona update - ସାରା ଦେଶରେ ଗୋଟିଏ ଦିନରେ ପୁଣି ୯୬ ହଜାର ୯୮୨ ଆକ୍ରାନ୍ତ ଚିହ୍ନଟ : ୨୪ ଘଂଟାରେ ୪୪୬ ଜଣଙ୍କ ମୃତ୍ୟୁ...

 କାୟା ମେଲାଉଛି କରୋନା ସଂକ୍ରମଣ । ୨୪ ଘଂଟା ଭିତରେ ୯୬ହଜାର ୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ଘଂଟା ଭିତରେ କରୋନା କାରଣରୁ ୪୪୬ଜଣଙ୍କର ମୃତ୍ୟୁ ହୋଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଏକ କୋଟି ୨୬ଲକ୍ଷ ୮୬ହଜାର ୪୯କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ଏକ କୋଟି ୧୭ଲକ୍ଷ ୩୨ହଜାର ୨୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ ୭ଲକ୍ଷ ୮୮ହଜାର ୨୨୩ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସର୍ବାଧିକ ଆକ୍ରାନ୍ତ ସଂଖ୍ୟା ତାଲିକାରେ ଏବେ ବି ମହାରାଷ୍ଟ୍ର ଆଗରେ ରହିଛି ।
ସେପଟେ, ରାଜ୍ୟରେ ଚିନ୍ତା ବଢାଉଛି କରୋନା ସଂକ୍ରମଣ । ୨୪ଘଂଟା ଭିତରେ ରାଜ୍ୟରେ ୫୮୮ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୩୪୨ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୪୬ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୮୪, କଲାହାଣ୍ଡିରୁ ୬୪, କଟକରୁ ୩୦, ନୂଆପଡ଼ାରୁ ୨୯,ସମ୍ବଲପୁରରୁ ୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।



ଦୟାକରି ଏହି ଖବରକୁ ସେୟାର କରନ୍ତୁ ଏବଂ ଆମର ଫେସବୁକ୍ ପେଜ୍ "ପ୍ରଣାମ ନ୍ୟୁଜ୍" କୁ ଲାଇକ୍ କରନ୍ତୁ |
 ବର୍ତ୍ତମାନ କୁ ଆପରେ ପ୍ରଣାମ ନ୍ୟୁଜ୍ ମଧ୍ୟ ଉପଲବ୍ଧ .... ଦୟାକରି ଅନୁସରଣ କରନ୍ତୁ ଏବଂ ଆପଣଙ୍କର ମତାମତ ଦିଅନ୍ତୁ ...



ଭ୍ୟାକ୍ସିନ୍ ଆସିଛି ସତ କିନ୍ତୁ କରୋନା ଯାଇନି, ସେଥି ପାଇଁ ଟିକେ ସଚେତନତା ଆବଶ୍ୟକ । ସରକାର ପ୍ରଦତ୍ତ ସମସ୍ତ ନିୟମ ପାଳନ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ । ଆମେ ଡରିବା ନି, ଆମେ ଲଢିବା... ସତ୍ୟବ୍ରତ ପାଣିଗ୍ରାହୀ

Comments

Popular posts from this blog

ହୃଦୟର ମଣିଷଟିଏ

Sanitizer instead of Polio drops

Global warming - The rising temperature of the earth will cause problems like living and food crisis.

୦୯:o୪:୨୦୨୧: - ସାରା ବିଶ୍ଵର କରୋନା ସ୍ଥିତି ସହ ଭାରତ ଓ ଓଡ଼ିଶାର କରୋନା ସଂକ୍ରମଣର ଅପ୍-ଡେଟ୍....

Pharmacists take care of prisoners' health in jail! The training will begin in 30 prisons

Air pollution and the solution....

United Nations Human Rights Commission speaks on India's agriculture law

Humans are ashamed - In Surat, the dog was tied and dragged into the bike

Govt comes up with stricter norms for social media, OTT platforms...