Covide 19 update - ସର୍ବକାଳୀନ ରେକର୍ଡ ଭାଙ୍ଗୁଛି କରୋନା

 କରୋନା ସଂକ୍ରମଣ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି । ପ୍ରଥମଥର ପାଇଁ ଦେଶରେ ଗତ ୨୪ ଘଂଟାରେ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ପାର କରିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୁତାବକ ଗତ ୨୪ ଘଂଟାରେ ଦେଶରେ ୧,୦୩,୫୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ୪୭୮ ଜଣଙ୍କର ମୃତ୍ୟୁ ହୋଇଛି । ଏହା ପୂର୍ବରୁ ଦେଶରେ ସବୁଠାରୁ ଅଧିକ ସଂକ୍ରମିତ ୨୦୨୦ ସେପ୍ଟେମ୍ବର ୧୭ ତାରିଖରେ ଚିହ୍ନଟ ହୋଇଥିଲେ । ଏହିଦିନ ୯୭,୮୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହି କ୍ରମରେ ପାଖା ପାଖି ସାଢେ ୬ ମାସ ପରେ ପୁଣି କରୋନା ଆତଙ୍କ ଭାରତରେ ସବୁ ରେକର୍ଡ ଭାଙ୍ଗିଛି ।
  କହିରଖୁ କି, ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୮୯,୦୬୭ କୁ ବୃଦ୍ଧି ପାଇଛି । ଏହାସହ କରୋନା ସଂକ୍ରମଣରେ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇ ୧,୬୫,୧୦୧ ରେ ପହଂଚିଛି । ତାଜା ସୂଚନା ମୁତାବକ ଏବେ ୭,୪୧,୮୩୦ ଜଣ ଚିକିତ୍ସିତ ହେଉଛନ୍ତି ।

ଏଭଳି ସ୍ଥିତିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କଡା କଟକଣା ଲଗାଯାଇ ନଥିବା ବେଳେ କିଛି ରାଜ୍ୟ ସରକାର ସେମାନଙ୍କ ରାଜ୍ୟରେ ମିନି କଣ୍ଟେନମେଣ୍ଟ ଜୋନ ଓ ପାକ୍ଷୀକ ଲକଡାଉନ୍ ଘୋଷଣା କରିଛନ୍ତି ।



ଭ୍ୟାକ୍ସିନ୍ ଆସିଛି ସତ କିନ୍ତୁ କରୋନା ଯାଇନି, ସେଥି ପାଇଁ ଟିକେ ସଚେତନତା ଆବଶ୍ୟକ । ସରକାର ପ୍ରଦତ୍ତ ସମସ୍ତ ନିୟମ ପାଳନ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ । ଆମେ ଡରିବା ନି, ଆମେ ଲଢିବା... ସତ୍ୟବ୍ରତ ପାଣିଗ୍ରାହୀ

Comments

Popular posts from this blog

କଂକ୍ରିଟ ଜଙ୍ଗଲ ପ୍ରଭାବ ଏବଂ ଧ୍ଵଂସ ଗାମୀ ଆଧୁନିକ ଶିକ୍ଷିତ ସମାଜ

ଆଇନ୍ କୁ ଆଖିଠାର

First aid - Recovery position

ଚିରନ୍ତନ ଓ ପବିତ୍ର ବନ୍ଧୁତା

ହୃଦୟର ମଣିଷଟିଏ

Corona update - ଦେଶରେ ୨୪ ଘଂଟାରେ ଚିହ୍ନଟ ହେଲେ ୧ଲକ୍ଷ ୧୫ ହଜାର ୭୩୬ ନୂଆ ଆକ୍ରାନ୍ତ, ୬୩୦ ମୃତ : ୮ ଲକ୍ଷ ଟପିଲା ସକ୍ରିୟ ଆକ୍ରାନ୍ତ ସଂଖ୍ୟା

Corona breaking - ନ୍ୟୁଜିଲାଣ୍ଡରେ ଭାରତୀୟଙ୍କୁ ପ୍ରବେଶ ମନା, ଏପ୍ରିଲ ୨୮ ଯାଏଁ ରୋକ୍ ଲଗାଇଲା କିଓ୍ୱି ପ୍ରଶାସନ ଏବଂ ଗତ ୨୪ ଘଣ୍ଟାରେ ଭାରତରେ ୧ ଲକ୍ଷ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ଆଲେଖ୍ୟ - ନକାରାତ୍ମକ ଚିନ୍ତାଧାରା ଏବଂ ଏହାର ସମାଜ ପ୍ରତି ପ୍ରଭାବ

ସମୟର ଚକ୍ରବ୍ୟୁହ