ରାଜ୍ୟରେ ମଧ୍ୟ ଯୁକ୍ତ ଦୁଇ ପରିକ୍ଷା ବାତିଲ୍ - ଘୋଷଣା କଲେ ରାଜ୍ୟ ସରକାର

ବାତିଲ ହେଲା ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କଲେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । କରୋନାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର ।


କରୋନାର ଦ୍ୱିତୀୟ ଲହର ଭୟଙ୍କର ସ୍ଥିତି ସୃଷ୍ଟି କରିଥିବା ବେଳେ ପ୍ରତିଟି ଜୀବନର ସୁରକ୍ଷା ଏବେ ରାଜ୍ୟ ସରକାରଙ୍କ ସବୁଠୁ ପ୍ରାଥମିକାତ ପାଲଟିଛି । ଏଭଳି ସ୍ଥଳେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ କହିଛନ୍ତି ଜୀବନ ଆଗ, ବାକି ସବୁ ପଛ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ଅଧଇକ ଗୁରୁତ୍ୱପୂର୍ଣ୍ଣ ।
ସୂଚନା ଓ ଲୋକ ସମ୍ପର୍କ ବିଭାଗର Tweet

ପରୀକ୍ଷା ବାତିଲ ହୋଇଥିଲେ ମଧ୍ୟ ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ବୋର୍ଡ ପକ୍ଷରୁ ନିର୍ଦ୍ଧାରିତ ମାପଦଣ୍ଡ ଦ୍ୱାରା ମୂଲ୍ୟାଙ୍କନ ହେବ । ଆଉ ତାହା ବି ପୁଣି ନିର୍ଦ୍ଦିଷ୍ଟ ସମୟସୀମା ଭିତରେ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଏହି ମୂଲ୍ୟାୟନରେ କେହି ସନ୍ତୁଷ୍ଟ ନହେଲେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ । କୋଭିଡ ସ୍ଥିତିର ସମୀକ୍ଷା ସହ ପରୀକ୍ଷା କେବେ କରାଯିବ ସେନେଇ ବୋର୍ଡ ନିର୍ଣ୍ଣୟ କରିବ ।

ଆଗରୁ ପ୍ରଧାନମନ୍ତ୍ରୀ ମଧ୍ୟ ଦେଶରେ CBSC ଯୁକ୍ତଦୁଇ ପରିକ୍ଷାକୁ ବାତିଲ୍ କରିଥିଲେ ।  ଏହି ପଦକ୍ଷେପ ଛାତ୍ର ଛାତ୍ରୀ ଙ୍କ ସୁରକ୍ଷା ପାଇଁ ନିଆଯାଇଥିବା କଥା ସେ ପ୍ରକାଶ କରିଥିଲେ ।



ଅଧିକ ଖବର ପାଇଁ click କରନ୍ତୁ - Pranam news





ଦୟାକରି ଏହି ଖବରକୁ ସେୟାର କରନ୍ତୁ ଏବଂ ଆମର ଫେସବୁକ୍ ପେଜ୍ "ପ୍ରଣାମ ନ୍ୟୁଜ୍" କୁ ଲାଇକ୍ କରନ୍ତୁ |

 ବର୍ତ୍ତମାନ କୁ ଆପରେ ପ୍ରଣାମ ନ୍ୟୁଜ୍ ମଧ୍ୟ ଉପଲବ୍ଧ .... ଦୟାକରି ଅନୁସରଣ କରନ୍ତୁ ଏବଂ ଆପଣଙ୍କର ମତାମତ ଦିଅନ୍ତୁ ...

Comments

Popular posts from this blog

Govt comes up with stricter norms for social media, OTT platforms...

Sabnam is first woman to be hanged in independent India. Here's the story of her horrific crime...

କିମ୍ବଦନ୍ତୀ ଧାବକ ମିଲଖା ସିଂଙ୍କ ଦେହାନ୍ତ : - ପଢ଼ନ୍ତୁ ତାଙ୍କର ସଫଳ କ୍ୟାରିୟର ବିଷୟରେ

ଅନୁପ ଚନ୍ଦ୍ର ପାଣ୍ଡେ ହେଲେ ଭାରତର ନିର୍ବାଚନ କମିଶନର - ଦାୟୀତ୍ଵ ପ୍ରଦାନ କଲେ 'ମହାମହିମ ରାଷ୍ଟ୍ରପତି'

ଶାଳଗ୍ରାମର ଉତ୍ପତ୍ତି ଏବଂ ଏହାର ଆଧ୍ୟାତ୍ମିକ ତତ୍ତ୍ଵ