ସମ୍ପୂର୍ଣ୍ଣ ରାଜ୍ୟକୁ ୨୪ ଘଣ୍ଟାରେ ଛୁଇଁବ ମୌସୁମୀ - ଆଜି ଠାରୁ ଲାଗି ରହିବ ଏହି ସବୁ ଜିଲ୍ଲାରେ ବର୍ଷା

ଚଳିତ ବର୍ଷ ସାରା ଓଡ଼ିଶା‌ରେ ସଂପୂର୍ଣ୍ଣ ସକ୍ରିୟ ହେବା ପାଇଁ ମୌସୁମୀକୁ ଆହୁରି ୨୪ ଘଣ୍ଟା ଲାଗିବ। ଶନିବାର ସଂପୂର୍ଣ୍ଣ ପୁରୀ ଜିଲ୍ଲା‌ରେ ମୌସୁମୀ ସକ୍ରିୟ ହୋଇଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଖୋର୍ଧା ଓ ନୟାଗଡ଼ର କିଛି କିଛି ଅଞ୍ଚଳରେ ବର୍ଷା ହୋଇଥିବା ଜଣାଯାଇଛି। ଏହାସହ କଟକ, ଯାଜପୁର ଓ ମୟୂରଭଞ୍ଜର କିଛି କିଛି ସ୍ଥାନରେ ମଧ୍ୟ ମୌସୁମୀ ବର୍ଷା ହୋଇଥିବା ଜଣାପଡ଼ିଛି। ତେବେ ଆଉ ୨୪ ଘଣ୍ଟାରେ ଅର୍ଥାତ୍‌ ପହିଲି ରଜ ପୂର୍ବରୁ ସାରା ଓଡ଼ିଶାରେ ମୌସୁମୀ ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳ ଉପରେ ରହିଥିବା ଲଘୁଚାପ ବଳୟ ବର୍ତ୍ତମାନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପରେ ରହିଛି। ଏହା ଧୀରେଧୀରେ ସ୍ପଷ୍ଟ ଚିହ୍ନିତ ହେବ ଓ ଆସନ୍ତା ୨ରୁ ୩ଭିତରେ ଓଡ଼ିଶା, ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଅତିକ୍ରମ କରିବ। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି, ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହିଭଳି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର। ସେହିପରି ୧୪ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ବରଗଡ଼ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ନେଇ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୧୫ତାରିଖ ପରେ ବର୍ଷା କମିବାର ସମ୍ଭାବନା ରହିବା ସହ ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ଏଥିପାଇଁ ଆଲର୍ଟ ରହିବା ପାଇଁ SRC ତରଫରୁ କୁହାଯାଇଛି ।


ଅଧିକ ଖବର ପଢ଼ନ୍ତୁ - Pranam news


ଭ୍ୟାକ୍ସିନ୍ ଆସିଛି ସତ କିନ୍ତୁ କରୋନା ଯାଇନି, ବରଂ  ଦିନକୁ ଦିନ ସଂକ୍ରମଣ ବିଢିବାରେ ଲାଗିଛି । ସେଥି ପାଇଁ ଟିକେ ସଚେତନତା ଆବଶ୍ୟକ । ସରକାର ପ୍ରଦତ୍ତ ସମସ୍ତ ନିୟମ ପାଳନ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ...  ( ପ୍ରଣାମ ଗ୍ରୁପ୍ )

(Please wear mask)



ଦୟାକରି ଏହି ଖବରକୁ ସେୟାର କରନ୍ତୁ ଏବଂ ଆମର ଫେସବୁକ୍ ପେଜ୍ "ପ୍ରଣାମ ନ୍ୟୁଜ୍" କୁ ଲାଇକ୍ କରନ୍ତୁ |

 ବର୍ତ୍ତମାନ କୁ ଆପରେ ପ୍ରଣାମ ନ୍ୟୁଜ୍ ମଧ୍ୟ ଉପଲବ୍ଧ .... ଦୟାକରି ଅନୁସରଣ କରନ୍ତୁ ଏବଂ ଆପଣଙ୍କର ମତାମତ ଦିଅନ୍ତୁ ...


ଧନ୍ୟବାଦ

Comments

Popular posts from this blog

୦୯:o୪:୨୦୨୧: - ସାରା ବିଶ୍ଵର କରୋନା ସ୍ଥିତି ସହ ଭାରତ ଓ ଓଡ଼ିଶାର କରୋନା ସଂକ୍ରମଣର ଅପ୍-ଡେଟ୍....

ରାଜ୍ୟରେ ମଧ୍ୟ ଯୁକ୍ତ ଦୁଇ ପରିକ୍ଷା ବାତିଲ୍ - ଘୋଷଣା କଲେ ରାଜ୍ୟ ସରକାର

ସମୟର ଚକ୍ରବ୍ୟୁହ

Water level in Rishiganga lake has reduced by half a feet, scientists still refuse any kind of danger

Global warming - The rising temperature of the earth will cause problems like living and food crisis.

ଓଡ଼ିଆ ଗୀତ - ଥୁଣ୍ଟା ବରଗଛ

କିମ୍ବଦନ୍ତୀ ଧାବକ ମିଲଖା ସିଂଙ୍କ ଦେହାନ୍ତ : - ପଢ଼ନ୍ତୁ ତାଙ୍କର ସଫଳ କ୍ୟାରିୟର ବିଷୟରେ

ଟିକେ କୋହଳ ହେଲା... ତଥାପି କଟକ ସମେତ ୧୩ଟି ଜିଲ୍ଲାରେ ୬ ଟା ରୁ ୧ ଟା ଯାଏଁ ଅତ୍ୟାବଶ୍ୟକ ଦୋକାନକୁ ଅନୁମତି