ପୁଣି ସୃଷ୍ଟି ହେଲା ଲଘୁଚାପ - ୧୮ ରେ ସ୍ଥଳଭାଗ ଛୁଇଁବା ଆଶଙ୍କା

ପୁଣି ସୃଷ୍ଟି ହୋଇଛି, ଆଉ ଏକ ଲଘୁଚାପ ବଳୟ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ପଶ୍ଚିମବଙ୍ଗ ଆଡେ ମୁହାଁଇବ । ଏହାର ପ୍ରଭାବରରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ୧୮ ତାରିଖ ବେଳକୁ ବର୍ଷାର ପରିମାଣ ବଢିବା ସହ ତିନି ଦିନ ଅଧା ଓଡ଼ିଶାକୁ ଭିଜାଇବ ବୋଲି ଜଣାପଡ଼ିଛି ।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ୧୮ ତାରିଖରେ ମୟୂରଭଂଜ, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ । ସେହିପରି ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଭଦ୍ରକ, ବାଲେଶ୍ୱର. ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୦ ତାରିଖରେ ଉତର-ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାରେ ଅଧିକ ବର୍ଷିବ । ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ, ଦେବଗଡ ଓ ସମ୍ବଲପୁରରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ସେପଟେ ପୂର୍ବ ଲଘୁଚାପ ପ୍ରଭାବରେ ଉପର ମୁଣ୍ଡରେ ପବଳ ବର୍ଷା ମଧ୍ୟ ହୋଇଛି । ଛତିଶଗଡ ପାଇଁ ଓଡିଶାରେ ବନ୍ୟା ଆଶଙ୍କା ବଢି ଯାଇଛି । ସୂଚନା ଅନୁସାରେ ଛତିଶଗଡର କଲମା ବ୍ୟାରେଜରୁ ପାଣି ଛଡାଯାଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ କଲମା ବ୍ୟାରେଜର ସମସ୍ତ ଗେଟ୍ ଖୋଲାଯାଇଛି । କଲମା ବ୍ୟାରେଜରୁ ୫ ଲକ୍ଷ ୩୫ ହଜାର କ୍ୟୁସେକ ଜଳ ମହାନଦୀରେ ପ୍ରବାହିତ ହେଉଛି । ହୀରାକୁଦ ଡ୍ୟାମରେ ଏହି ପାଣି ପଂହଚିବା ପାଇଁ ଆହୁରି ୫ରୁ ୭ ଘଂଟା ଲାଗିବ । ଏହାଫଳରେ ବନ୍ୟା ହୋଇପାରେ । ପାଣି ଆସିବା ଫଳରେ ଗର୍ଜୁଛି ମହାନଦୀ । ଏବେ ହୀରାକୁଦ ଜଳଭଣ୍ଡାରକୁ ୫ ଲକ୍ଷ ୨୬ ହଜାର ୩୨୬ କ୍ୟୁସେକ ଜଳ ପ୍ରତି ସେକେଣ୍ଡରେ ପ୍ରବେଶ କରୁଥିବା ବେଳେ ୪ ଲକ୍ଷ ୮୫ ହଜାର କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ଜଳକା ଓ ବୈତରଣୀ ଏବେ ବି ବିପଦ ସଙ୍କେତ ଉପରେ ରହିଛି । ସୁବର୍ଣ୍ଣରେଖା ରାଜଘାଟଠାରେ ସତର୍କ ସଙ୍କେତ ଉପରେ ରହିଛି ଜଳସ୍ତର ।
ତେବେ, ପୁନର୍ବାର ବର୍ଷା ବୋଝ ଉପରେ ଲଳିତା ବିଡା ପରି ପରିସ୍ଥିତି ସୃଷ୍ଟି କରିବ ।

Comments

Popular posts from this blog

ହୃଦୟର ମଣିଷଟିଏ

Sanitizer instead of Polio drops

Global warming - The rising temperature of the earth will cause problems like living and food crisis.

୦୯:o୪:୨୦୨୧: - ସାରା ବିଶ୍ଵର କରୋନା ସ୍ଥିତି ସହ ଭାରତ ଓ ଓଡ଼ିଶାର କରୋନା ସଂକ୍ରମଣର ଅପ୍-ଡେଟ୍....

Pharmacists take care of prisoners' health in jail! The training will begin in 30 prisons

Air pollution and the solution....

United Nations Human Rights Commission speaks on India's agriculture law

Humans are ashamed - In Surat, the dog was tied and dragged into the bike

Govt comes up with stricter norms for social media, OTT platforms...